October 15, 2025

ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନରେ ଗୁରୁଙ୍କ ଅବଦାନ ଅତୁଳନୀୟ

1 min read

ଭଞ୍ଜନଗର: ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାଲେରୀ ଦଣ୍ଡପାଣି ମହାରଥା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁଶାନ୍ତ କୁମାର ନାୟକ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ବ୍ଲକ ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକ
ଯୋଗଦେଇ ଗୁଣାତ୍ମକ ଶିକ୍ଷାର ବିକାଶ ଉପରେ କହିଥିଲେ।
ମୁଖ୍ୟବକ୍ତା ଭାବେ ଜଗନ୍ନାଥପ୍ରସାଦ ମହାବିଦ୍ୟାଳୟ ଅବସରପ୍ରାପ୍ତ ଅଧ୍ୟାପକ ଲୋକନାଥ ମହାନ୍ତି ଯୋଗଦେଇ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନରେ ଗୁରୁଙ୍କ ଅବଦାନ ଅତୁଳନୀୟ ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ରୂପେ ଗାଲେରୀ ସରପଞ୍ଚ ସୁମିତ୍ରା ଗୌଡ଼, ସାର୍ଦୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସୁଦାମ ଦଳବରା, ମହାବିଦ୍ୟାଳୟ ଅଧ୍ୟାପକ ଶ୍ରୀତେଶ ଦାସ, ମହାବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ପ୍ରଶାନ୍ତ କୁମାର ଦିଗାଲ, ବିଶିଷ୍ଟ ଶିକ୍ଷାବିତ୍‌ ମାନସ କୁମାର ପଣ୍ଡା ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଅଧ୍ୟାପକ ଦୁର୍ଗାମାଧବ ଦାସ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ମହାବିଦ୍ୟାଳୟ କର୍ମଚାରୀ ବିରୁପାକ୍ଷ ସାହୁ, ବଙ୍ଗାଲି ସେଠୀ, ଶୟନ, ଆକାଶ, ସାଗର, ଶ୍ରୀକାନ୍ତ, ପବିତ୍ର, ଶିଶିର, ଶୁଭଶ୍ରୀ, ଶିବାନୀ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।