March 11, 2026

ଶରଧାବାଲିରେ ରଥାରୂଢ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ବଡ ଅଘଟଣ

1 min read

ପୁରୀ : ଶରଧାବାଲିରେ ରଥାରୂଢ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ବଡ ଅଘଟଣ ସାମ୍ନାକୁ ଆସିଛି। ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏବଂ ଦଳଚକଟାରେ ଅଘଟଣ ପାଇଁ ପୁରୀ ଏସ୍‌ପି ଏବଂ ଜିଲ୍ଲାପାଳଙ୍କୁ ବଦଳି କରିଛନ୍ତି। ଅନ୍ୟପଟେ ଅରବିନ୍ଦ ଅଗ୍ରଓ୍ବାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ଵ ଦେଇଛନ୍ତି ସରକାର। ଉଚ୍ଚ ଶିକ୍ଷା ବିଭାଗ ସଚିବ ଦାୟିତ୍ଵ ସହ ରଥ ପରିଚାଳନା ଦାୟିତ୍ବ ତୁଲାଇବେ। ସୁପରଭିଜନ ପାଇଁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦେଶନାମା ଜାରି କରାଯାଇଛି।