October 25, 2025

ଏକ ବାଇକ୍‌ ଭାରସାମ୍ୟ ହରାଇ ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି

1 min read

ଚମ୍ପୁଆ: କେନ୍ଦୁଝର ଜିଲା ୫୨୦ ନମ୍ବର ଜାତୀୟ ରାଜପଥ ମରସୁଆଁ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୨ଜଣ ବାଇକ୍‌ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ଅନ୍ୟପକ୍ଷେ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିବା ସହ ୨ଜଣ ବାଇକ୍‌ ଆରୋହୀଙ୍କ ପରିଚୟ ଖୋଜୁଛି।