ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି
1 min read
ଭୁବନେଶ୍ୱର: ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ। ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ୨୪ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତ ସମ୍ଭାବନା ରହିଥିବାବେଳେ ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତ ଗତିର ଦିଗ ବଜାୟ ରଖିବ। ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏହା ଆହୁରି ଘନୀଭୂତ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି


