March 10, 2026

ଇଣ୍ଡିଆ ଓ୍ବାନ ଏୟାର ବିମାନ ଅବତରଣ ସମୟରେ ଦୁର୍ଘଟଣାଗ୍ରସ୍ତ

1 min read

ରାଉରକେଲା: ଶନିବାର ଅପରାହ୍ନରେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ଏକ ୯ ଆସନ ବିଶିଷ୍ଟ ଇଣ୍ଡିଆ ଓ୍ବାନ ଏୟାର ବିମାନ ଅବତରଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୬ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବିମାନଟି ରାଉରକେଲାର ରଘୁନାଥପାଲି ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମହାପ୍ରଭୁଙ୍କ କୃପାରୁ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଖବର ଆଶ୍ୱସ୍ତିକର। ଆହତ ବ୍ୟକ୍ତିମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ବ୍ୟକ୍ତିଗତ ଭାବେ ସ୍ଥିତି ଉପରେ ନଜର ରଖିଛି। ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କର ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ପ୍ରାଥମିକ ରିପୋର୍ଟ ଅନୁସାରେ, ଏହି ଦୁର୍ଘଟଣାରେ ୬ ଜଣ ଆହତ ହୋଇଛନ୍ତି। ଏକ ବଡ଼ ଦୁର୍ଘଟଣା ଏଡ଼ାଇ ଯାଇଥିବା ଆଶ୍ୱସ୍ତିର ବିଷୟ। ଏଥିରେ ଥିବା ସମସ୍ତଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରାଯାଇଛି।