କାରରେ ନିଆଁ ଲାଗିଯିବାରୁ ଭିତରେ ଥିବା ଜଣେ ବ୍ୟକ୍ତି ଜୀବନ୍ତ ଦଗ୍ଧ
1 min read
କଟକ: କଟକ ବାରଙ୍ଗ ଥାନା ଅନ୍ତର୍ଗତ ରାମଦାସପୁର ଶିଳ୍ପାଞ୍ଚଳ ନିକଟରେ ଅଭାବନୀୟ ଘଟଣା ଘଟିଛି। କାରରେ ନିଆଁ ଲାଗିଯିବାରୁ ଭିତରେ ଥିବା ଜଣେ ବ୍ୟକ୍ତି ଜୀବନ୍ତ ଦଗ୍ଧ ହୋଇ ପ୍ରାଣ ହରାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ରାମଦାସପୁର ଶିଳ୍ପାଞ୍ଚଳର କେନ୍ଦ୍ରୀୟ ବିଦ୍ୟାଳୟ ନିକଟରେ ଏକ କାର୍ ଜଳୁଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ। ଆଉ ଏହି କାର୍ ଭିତରେ ଜଣେ ବ୍ୟକ୍ତି ଜୀବନ୍ତ ପୋଡ଼ି ଯାଇଥିଲେ। ତେବେ ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ବାରଙ୍ଗ ଅଗ୍ନିଶମ ବାହିନୀ ଓ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଗ୍ନିଶମ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିଥିଲେ। ତେବେ ନିଆଁରେ କାରଟିର ଅଧିକାଂଶ ଅଂଶ ପୋଡ଼ି ନଷ୍ଟ ହୋଇଯାଇଛି। ସେପଯେ ବର୍ତ୍ତମାନ୍ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନଥିବାବେଳେ ପୁଲିସ୍ ଅଧିକ ତଦନ୍ତ ଜାରି ରଖିଛି।


