November 16, 2026

ଆନ୍ଧ୍ର ପ୍ରଦେଶ ଉପକୂଳ ଆଡ଼କୁ ମାଡ଼ି ଆସୁଛି ଶକ୍ତିଶାଳୀ ବାତ୍ୟା

1 min read

ଆନ୍ଧ୍ର ପ୍ରଦେଶ: ଆନ୍ଧ୍ର ପ୍ରଦେଶ ଉପକୂଳ ଆଡ଼କୁ ମାଡ଼ି ଆସୁଛି ଶକ୍ତିଶାଳୀ ବାତ୍ୟା। ଆସନ୍ତା ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ଏହା ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ଆଶଙ୍କା ରହିଛି। ନେଲୁର ଓ ଟୁନି ମଧ୍ୟରେ ଅତି ଭୀଷଣ ବାତ୍ୟା ଭାବେ ଏହା ସ୍ଥଳଭାଗ ଛୁଇଁପାରେ।ଲ୍ୟାଣ୍ଡଫଲ୍‌ ସମୟରେ ବାତ୍ୟାର ପ୍ରଭାବରେ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୩୦ କିଲୋମିଟର ରହିବା ସମ୍ଭାବନା ରହିଛି। ଏପରିକି ମଝିରେ ମଝିରେ ପବନର ଝଟକା ୧୪୫ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ।ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ନେଇ ଉପକୂଳବର୍ତ୍ତୀ ଅଞ୍ଚଳରେ ଚିନ୍ତା ବଢ଼ିଛି।