October 14, 2025

କେନ୍ଦ୍ରୀୟ ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି

1 min read

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ୨୪ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୭ ସକାଳେ ଦକ୍ଷିଣ ଓଡିଶା-ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏନେଇ ଶୁକ୍ରବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅତି ପ୍ରବଳ ବର୍ଷା ପାଇଁ ଓଡିଶାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । କିଛି ଜିଲାକୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍‌ ଆଲର୍ଟ ଜାରି ହୋଇଛି ।

ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଏସଆରସିଙ୍କ ସମୀକ୍ଷା ବୈଠକ ହୋଇଛି। ଏସଆରସିଙ୍କ ସହ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ସାମିଲ ହୋଇଛନ୍ତି। ମହାନଦୀ ଓ ମୁଣ୍ଡୁଳୀରେ ବର୍ଦ୍ଧିତ ଜଳସ୍ତର ଉପରେ ସମୀକ୍ଷା କରାଯାଇଛି। ଉପକୂଳ ସମେତ ଦକ୍ଷିଣ ଓଡିଶାରେ ବର୍ଷା ଜାରି ରହିଛି। କୋରାପୁଟ ଓ ମାଲକାନଗିରିରେ ଆଜି ଅତିପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।