ହାତୀ ମୃତ୍ୟୁ ଘଟଣାରେ ଏସିଏଫଓ ନିଲମ୍ୱିତ
1 min read
ବାଲିଗୁଡ଼ା: ବହୁ ଚର୍ଚ୍ଚିତ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧିନସ୍ଥ ବେଲଘର ବନାଞ୍ଚଳରେ ହାତୀ ମୃତ୍ୟୁ ପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣାରେ ଆଜି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଏସିଏଫଓ ସୂର୍ଯ୍ୟକାନ୍ତ ବେହେରାଙ୍କୁ ନିଲମ୍ବନ କରାଯାଇଛି। ସୂର୍ଯ୍ୟକାନ୍ତ ବେହେରା ଜାନୁଆରି ୫ ତାରିଖରେ ବେଲଘର ବନାଞ୍ଚଳର ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଯାଇ ଡିଏଫଓଙ୍କୁ ଭୁଲ ରିପୋର୍ଟ ପ୍ରଦାନ କରିଥିଲେ। ହାତୀ ମୃତ୍ୟୁ ଘଟଣା ଏକ ଗୁଜବ ଏଥିରେ କୌଣସି ସତ୍ୟତା ନଥିବା ରିପୋର୍ଟରେ ଲେଖିଥିଲେ। ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଡିଏଫଓ ଘନଶ୍ୟାମ ମହାନ୍ତ ନିଜେ ବେଲଘର ଯିବା ପରେ ଘଟଣା ସତ୍ୟ ରିପୋର୍ଟ ପ୍ରଦାନ କରିଥିଲେ। ଏହା ପରେ ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ରେଞ୍ଜର ବିନୟ ବିଶି କୁ ନିଲମ୍ୱିତ କରିଥିବା ବେଳେ ଆଜି ଭୁଲ ରିପୋର୍ଟ ପ୍ରଦାନ କରିଥିବା ଅଭିଯୋଗରେ ଏସିଏଫଓ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବନ କରଯାଇଥିବା ଜଣାପଡ଼ିଛି।


