January 27, 2026

ଶ୍ରୀଲିଙ୍ଗରାଜଙ୍କ ନୀତି ବିଭ୍ରାଟ ପାଇଁ ଦାୟୀ ସେବାୟତମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

1 min read

ଭୁବନେଶ୍ବର: ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତି ବିଭ୍ରାଟ ପାଇଁ ଦାୟୀ ସେବାୟତମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ନୀତି ବିଭ୍ରାଟ ପ୍ରସଙ୍ଗଲରେ ବୁଧବାର ଖୋର୍ଦ୍ଧା ଜିଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏ ନେଇ ନିଷ୍ପତ୍ତି ହୋଇଛି। ଯେଉଁ ସେବାୟତମାନେ ସେବାପୂଜାରେ ବିଶୃଙ୍ଖାଳ କରିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ ଚଞ୍ଚଳ ରାଣା କହିଛନ୍ତି।

ବୁଧବାର ଅପରାହ୍ନରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ସ୍ବତନ୍ତ୍ର ପ୍ରଦକ୍ଷିଣ ଗୃହରେ ବୈଠକ ବସିଥିଲା। ଏଥିରେ ଶ୍ରୀଲିଙ୍ଗରାଜ ମନ୍ଦିରର ବ୍ରାହ୍ମଣ ନିଯୋଗ, ପୂଜାପଣ୍ଡା ନିଯୋଗ ଏବଂ ବଡୁ ନିଯୋଗ ଉପସ୍ଥିତ ଥିଲେ।