April 13, 2026

ଆମ୍ବୁଲାନ୍ସକୁ ଧକ୍କା ଦେଲା ଟ୍ରେନ

1 min read

ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ବୃନ୍ଦାବାଡିଠାରେ ଏକ ଆମ୍ବୁଲାନ୍ସକୁ ମାଲବାହୀ ଟ୍ରେନ ଧକ୍କା ଦେଇଛି। ଓଡ଼ିଶା ମୋ ପରିବାର ଆମ୍ବୁଲାନ୍ସକୁ ମାଲବାହୀ ଟ୍ରେନ ଧକ୍କା ଦେବା ଫଳରେ ଆମ୍ବୁଲାନ୍ସ କ୍ଷତିଗ୍ରସ୍ତ ହୋଇଛି। ହେଲେ ଏଥିରେ କେହି ମୃତାହତ ହୋଇନାହାନ୍ତି।
ଘଟଣାରୁ ପ୍ରକାଶ ଯେ, ଓଡ଼ିଶା ମୋ ପରିବାର ଆମ୍ବୁଲାନ୍ସ କଲ୍ୟାଣସିଂହପୁର ଠାରୁ ଜଣେ ରୋଗୀକୁ ଧରି ବିଷମକଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଏହାପରେ ଖାଲି ଗାଡି ନେଇ କଲ୍ୟାଣସିଂହପୁର ଫେରିବା ସମୟରେ ଏକ ସବ୍ ରାସ୍ତାରେ ଯିବା ପାଇଁ ଆମ୍ବୁଲାନ୍ସ ଉଦ୍ୟମ କରିଥିଲା। ସେହି ରାସ୍ତା ଉପରେ ଥିବା ରେଳ ଧାରଣା ପାର ହୋଇ ଯିବା ସମୟରେ ଏହି ଦୁର୍ଘଟଣା ଘଟିଛି। ତେବେ ଟ୍ରେନ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଏକ ବଡ ଦୁର୍ଘଟଣା ଏଡାଇ ଦିଆଯାଇଛି। ସ୍ଥାନୀୟ ଲୋକମାନେ ପହଞ୍ଚି ଆମ୍ବୁଲାନ୍ସକୁ ରେଳ ଧାରଣାରୁ ବାହାର କରିଥିଲେ।