October 9, 2024

ଆସୁଛି ଆଉ ଏକ ଲଘୁଚାପ

1 min read

ଭୁବନେଶ୍ୱର : ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତ ହେବା ପରେ ଏହା ଛତିଶଗଡ଼ ମୁହାଁ ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ। କୋରାପୁଟ ଓ ମାଲକାନାଗିରିର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ।

ସେହିପରି ୫ ତାରିଖଠାରୁ ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Leave a Reply

Your email address will not be published. Required fields are marked *