February 17, 2026

କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍‌) ବିଶ୍ବବିଦ୍ୟାଳୟରେ ପୁଣି ଏକ ବଡ଼ଧରଣର ଅଘଟଣ

1 min read

ଭୁବନେଶ୍ବର: କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍‌) ବିଶ୍ବବିଦ୍ୟାଳୟରେ ପୁଣି ଏକ ବଡ଼ଧରଣର ଅଘଟଣ ଘଟିଛି। ଏଠାରେ ପଢୁଥିବା ଜଣେ ବିଦେଶୀ ଛାତ୍ରୀ ଜୀବନ ହାରିଥିବା ନେଇ ଗୁରୁବାର ସନ୍ଧ୍ୟାରେ ସୂଚନା ମିଳିଛି। ମୃତ ଛାତ୍ରୀ ପ୍ରୀଶା ଶାହ ନେପାଳର ବୀରଗୁଂଜର ବାସିନ୍ଦା। ତାଙ୍କର ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। କିଟ୍‌ ଛାତ୍ରୀନିବାସ ଭିତରେ ନେପାଳୀ ଛାତ୍ରୀ ଜୀବନ ହରାଇଥିବା ନେଇ ପୁଲିସ କମିସନର ସୁରେଶ ଦେବଦତ୍ତ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।