July 27, 2024

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜବାବ ଦେଲେ , ବିଜେଡି ସମ୍ପାଦକ: ପ୍ରଣବ ପ୍ରକାଶ ଦାସ

1 min read

ଭୁବନେଶ୍ବର: ଟୁଇଟ କରି ଧର୍ମେନ୍ଦ୍ର ପ୍ରଧାନଙ୍କୁ ପୁଣି ଜବାବ ଦେଲେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ସତ କହିଲେ କାହିଁକି ରାଗି ଯାଉଛନ୍ତି କେନ୍ଦ୍ରମନ୍ତ୍ରୀ ।୩ଟି ସାଧାରଣ ପ୍ରଶ୍ନ ପଚରାଯାଇଥିଲା ହେଲେ କାହିଁକି ଉତ୍ତର ଦେଲେ ନାହିଁ ବୋଲି ପ୍ରଣବ ପ୍ରଶ୍ନ କରିଛନ୍ତି ।

ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ରରେ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଉଛନ୍ତି । ହେଲେ ନିଜ ମାଟି ପାଇଁ ଗୋଟେ ନୂଆ ୟୁନିଭର୍ସିଟି କରିବା ଛାଡ଼ନ୍ତୁ, ନିଜ ଜିଲ୍ଲା ଅନୁଗୋଳ ପଡୋଶୀ ଢେଙ୍କାନାଳ ଓ ସମ୍ବଲପୁରରେ ଗୋଟିଏ ବି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ କିମ୍ବା ଜବାହର ନବୋଦୟ ବିଦ୍ୟାଳୟଟେ କରିନାହାନ୍ତି । ଦ୍ବିତୀୟରେ ଦକ୍ଷତା ବିକାଶ କେନ୍ଦ୍ରଟେ ବି ସ୍ଥାପନ କରିନାହାନ୍ତି ।

ତୃତୀୟରେ NH-55ର ଅବସ୍ଥା ଯାହା ରହିଛି ଗତ ୧୦ ବର୍ଷରେ କାମ ସରିପାରୁନି । ଜାତୀୟ ରାଜପଥ ଦେଇ ଆପଣ ଯିବା ବଦଳରେ ରାଜ୍ୟ ରାଜପଥକୁ ଭରସା କରୁଛନ୍ତି ବୋଲି ଧର୍ମେନ୍ଦ୍ରଙ୍କୁ କହି କଟାକ୍ଷ କରିଛନ୍ତି ପ୍ରଣବ । କେନ୍ଦ୍ରମନ୍ତ୍ରୀ ଭାବେ ଶ୍ରୀଯୁକ୍ତ କେ.ପି.ସିଂଦେଓ ଦାୟିତ୍ୱ ତୁଲାଇବାବେଳେ ଆଇଆଇଏମସି ସହ ଅନ୍ୟ କେନ୍ଦ୍ରୀୟ ପ୍ରକଳ୍ପ ନିଜ ଜିଲ୍ଲା ପାଇଁ କାର୍ଯ୍ୟକାରୀ କରିଥିଲେ । ଯଦି ପ୍ରଶ୍ନ ସବୁ ଶୁଣି ରାଗ ଓ ରକ୍ତଚାପ ବଢ଼ିଯାଉଛି, ତେବେ ନିୟମିତ ଭାବେ ଯୋଗ କରିବାକୁ ଧର୍ମେନ୍ଦ୍ରଙ୍କୁ ପରାମର୍ଶ ଦେଇଛନ୍ତି ପ୍ରଣବ । କିଛି ଦିନ ତଳେ ଜିଲ୍ଲା ଗସ୍ତ ସମୟରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ କେନ୍ଦ୍ରମନ୍ତ୍ରୀଙ୍କୁ ଏହି ସବୁ ପ୍ରଶ୍ନ କରିଥିଲେ । ଯାହାର ଉତ୍ତର ଆଜି ଯାଏଁ ଦେଇପାରିନାହାନ୍ତି ଧର୍ମେନ୍ଦ୍ର।

Leave a Reply

Your email address will not be published. Required fields are marked *