March 27, 2025

ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ

1 min read

ଭୁବନେଶ୍ବର: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ଘଟଣାରେ ଯାଜପୁର ପୁଲିସ ଗୁରୁବାର ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୁଲିସ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନଙ୍କର ଦାନଗଦି ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଏହାପରେ ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।
ଅନ୍ୟପଟରେ ଗତକାଲି ହୋଇଥିବା ଆକ୍ରମଣ ଘଟଣାକୁ ନେଇ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ଦୃଢ଼ ନିନ୍ଦା କରିଛନ୍ତି। ଶ୍ରୀ ସାହୁ କହିଛନ୍ତି, ମୂଖ୍ୟମନ୍ତ୍ରୀ ଓ ଉପମୂଖ୍ୟମନ୍ତ୍ରୀ ତାଙ୍କ ସହ ଆଲୋଚନା କରିଛନ୍ତି। ରାଜ୍ୟ ସରକାର ଏ ଘଟଣାକୁ ଗୁରୁତର ସହ ନେଇଛନ୍ତି। ଏଥିରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ସମ୍ପୃକ୍ତ ସମସ୍ତ ଆସାମୀଙ୍କୁ ଗିରଫ କରାଯିବ ବୋଲି ରାଜ୍ୟ ସରକାର ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।