July 27, 2024

ବ୍ରହ୍ମପୁରରେ ପ୍ରଦୀପ ପାଣିଗ୍ରାହୀଙ୍କ ଉପରେ ଆକ୍ରମଣ, ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି

1 min read

ବ୍ରହ୍ମପୁର: ବ୍ରହ୍ମପୁରରେ ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କ ଉପରେ ଆକ୍ରମଣ ହୋଇଛି। ଏଥିରେ ତାଙ୍କ ମୁହଁ ଓ ଛାତିରେ ଆଘାତ ଲାଗିଛି। ମଙ୍ଗଳବାର ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି। ବ୍ରହ୍ମପୁର ବିଧାନସଭା ଆସନରୁ ସ୍ଵାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଏହି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।
ପ୍ରଦୀପ ପାଣିଗ୍ରାହୀଙ୍କୁ ପ୍ରଥମେ ଏମକେସିଜି ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯିବା ପରେ ତାଙ୍କୁ ଏମ୍ସ ସ୍ଥାନାନ୍ତରିତ କରାଯାଇଛି। ଗୋଷାଣୀ ନୂଆଗାଁର ସରକାରୀ ଉକ୍ରଳ ମଣି ହାଇସ୍କୁଲ ସ୍ଥିତ ୧୩୩ ଓ ୧୩୪ ନମ୍ବର ବୁଥରେ ପୋଲିସ ସହ ପ୍ରଦୀପ କଥା ହେଉଥିଲେ। ଏହି ସମୟରେ କୌଣସି ଏକ ଘଟଣାକୁ ନେଇ ଦୁଇ ନେତାଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ କଥା କଟିକଟିରୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ଅଭିଯୋଗ ହୋଇଥିବା ବେଳେ ସାମ୍ନାକୁ ଆସିଥିଲା ଆକ୍ରମଣ ବେଳର ସିସିଟିଭି ଭିଜୁଆଲ।

ସୋମବାର ରାତିରେ ବ୍ରହ୍ମପୁର ଉତ୍କଳମଣି ୟୁପି ସ୍କୁଲର ବୁଥରେ ଭୋଟ୍ ଗ୍ରହଣ ପରେ ପ୍ରଦୀପ ପାଣିଗ୍ରାହୀ ଓ ଶିବଶଙ୍କର ଦାସଙ୍କ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଏହି ସମୟରେ ଶିବଶଙ୍କର ଦାସ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ରହିଛି। ଏଥିରେ ପ୍ରଦୀପ ପାଣିଗ୍ରାହୀ ଆହତ ହେବାପରେ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା।ତେବେ ଏହି ଆକ୍ରମଣରେ ପ୍ରଦୀପଙ୍କ ପଞ୍ଜରା ହାଡ଼ ଓ ଫୁସଫୁସରେ ଆଘାତ ଲାଗିଥିବା ଜଣାପଡିଥିଲା। ମଙ୍ଗଳବାର ତାଙ୍କୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣାରେ ଶିବଶଙ୍କର ଦାସଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।

ସୋମବାର ବ୍ରହ୍ମପୁର ଉତ୍କଳମଣି ୟୁପି ସ୍କୁଲର ବୁଥରେ ଭୋଟ୍ ଗ୍ରହଣ ପରେ ଶିବଶଙ୍କର ଦାସଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବାବେଳେ ପ୍ରଦୀପଙ୍କ ସମର୍ଥକ ଇଭିଏମ ଠିକ୍ ଭାବେ ସିଲ ହୋଇନଥିବା ଅଭିଯୋଗକୁ ନେଇ ପାଟିତୁଣ୍ଡ କରିଥିଲେ। ଏହାପରେ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ଏଥିରେ ପ୍ରଦୀପ ପାଣିଗ୍ରାହୀ ଆହତ ହୋଇଥିଲେ।

ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଗିରଫ କରାଯାଇଛି । ବ୍ରହ୍ମପୁର ବିଧାନସଭା ଆସନର ସ୍ୱାଧୀନ ପ୍ରାର୍ଥୀ ଶିବଶଙ୍କର ଦାସ ଆକ୍ରମଣ କରିିଥିବା ନେଇ ଅଭିଯୋଗ ହୋଇଥିଲା । ପ୍ରଥମ ପର୍ଯ୍ୟାୟ ଭୋଟିଂ ବେଳେ ଗତକାଲି ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଦାସ। ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଥିଲା।

Leave a Reply

Your email address will not be published. Required fields are marked *