December 4, 2024

ନିଲାମ ହେଲା ସଂଗୃହିତ ଅର୍ପଣ ଚାଉଳ

1 min read

ଭୁବନେଶ୍ୱର : ନିଲାମ ହେଲା ସଂଗୃହିତ ଅର୍ପଣ ଚାଉଳ । ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳ ନିଲାମ ହୋଇଛି । କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ଅର୍ପଣ ଚାଉଳ ନିଲାମ ହୋଇଛି । ଏହି ଚାଉଳକୁ ନିମାପଡାର ଏକ ରାଇସ ମିଲ ୨ କୋଟି ୮୬ ଲକ୍ଷ ୯୬ ହଜାର ୨୪୪ ଟଙ୍କାରେ କିଣିଛି । ଅର୍ପଣ ଚାଉଳ ନିଲାମ ହୋଇଥିବା ନେଇ ଶୁକ୍ରବାର ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ

ସୂଚନା ଦେଇଛନ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ ବେଳେ ରାଜ୍ୟର କୋଣ ଅନୁକୋଣରୁ ଅର୍ପଣ ଚାଉଳ ଆସିଥିଲା। ପ୍ରାୟ ୧୪ ହଜାର କ୍ୱିଣ୍ଟାଲ ଅର୍ପଣ ଚାଉଳ ସଂଗ୍ରହ କରାଯାଇଥିଲା। ସୂଚନାନୁଯାୟୀ, ଅକ୍ଟୋବରରେ ୧ରେ ଅର୍ପଣ ଚାଉଳ ବିକ୍ରି ହେବା ନେଇ ସୂଚନା ଦେଇଥିଲେ ପୁରୀ ଜିଲ୍ଲାପାଳ। ଜିଲ୍ଲାପାଳ କହିଥିଲେ, ସ୍ପଟ୍ ଭିଜିଟ୍ କରି ଟେଣ୍ଡର ମାଧ୍ୟମରେ କୌଣସି ବ୍ୟକ୍ତି ବିଶେଷ କିମ୍ବା ମିଲର ଅର୍ପଣ ଚାଉଳକୁ କିଣିପାରିବେ। ଏଥିରୁ ଯେଉଁ ଟଙ୍କା ମିଳିବ, ତାକୁ ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯିବ। ମହାପ୍ରସାଦ ପ୍ରସ୍ତୁତ ଲାଗି ଯାହା ଯୋଗ୍ୟ ଥିଲା , ତାକୁ ବ୍ୟବହାର କରାଯାଇଛି। ବଳକା ଚାଉଳ ମହାପ୍ରସାଦ ପ୍ରସ୍ତୁତ ଲାଗି ଅନୁପଯୁକ୍ତ ବୋଲି ସୁଆର ମହାସୁଆର ନିଯୋଗ ସ୍ପଷ୍ଟ କରିଛି। ତେଣୁ ବଳକା ଚାଉଳକୁ କ’ଣ କରାଯିବ ବୋଲି ସେ ନେଇ ଆଲୋଚନା କରାଯାଇ ଏକ ପ୍ରସ୍ତାବ ଜିଲ୍ଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କୁ ପଠା ଯାଇଥିଲା। ସରକାର ଏହା ଉପରେ ପୁଙ୍ଖାନୁପୁଙ୍ଖ ବିଚାର କରି ପ୍ରସ୍ତାବକୁ ଅନୁମୋଦନ ଦେଇଥିଲେ । ସବୁ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ଅର୍ପଣ ଚାଉଳ ବିକ୍ରି ନେଇ ନିଷ୍ପତ୍ତି ନିଆଯାଇଥିଲା।