July 27, 2024

ଆସନ୍ତାକାଲି ଅଯୋଧ୍ୟା ରାମମନ୍ଦିର ପ୍ରତିଷ୍ଠା ଉତ୍ସବ

1 min read

ଅଯୋଧ୍ୟା : ଆସନ୍ତାକାଲି ଅଯୋଧ୍ୟା ରାମମନ୍ଦିରରେ ପ୍ରାଣ ପ୍ରତିଷ୍ଠା ଉତ୍ସବ । ଫୁଲ ଓ ଆଲୋକମାଳାରେ ଝଲସୁଛି ଅଯୋଧ୍ୟା । ଅପରାହ୍ଣ ୧୨ଟା ୧୫ରୁ ୧୨ଟା ୪୫ ମଧ୍ୟରେ ହେବ ପ୍ରାଣ ପ୍ରତିଷ୍ଠା ଉତ୍ସବ । ପ୍ରାଣ ପ୍ରତିଷ୍ଠା ଉତ୍ସବ ଆସନ୍ତା କାଲି ହେବାକୁ ଥିବାବେଳେ ଗତ ୧୬ ତାରିଖରୁ ବିଭିନ୍ନ ଧାର୍ମିକ କାର୍ଯ୍ୟ ଆରମ୍ଭ ହୋଇଛି । ନିରାପତ୍ତା ଦୃଷ୍ଟିରୁ ସାରା ଅଯୋଧ୍ୟାରେ ପୋଲିସ ଓ ବିଭିନ୍ନ ବାହିନୀ ମୁତୟନ ହୋଇଛନ୍ତି ।

ସେପଟେ ପ୍ରତିଷ୍ଠା ଉତ୍ସବ ଲାଗି ବନ୍ଦ ହେବ ନାହିଁ ଦିଲ୍ଲୀ ଏମସ ଆଉଟଡୋର । ଆସନ୍ତାକାଲି ଅପରାହ୍ଣ ୨ଟା ୩୦ ପର୍ଯ୍ୟନ୍ତ ଏମସ ଆଉଟଡୋର ବନ୍ଦ ରହିବ ବୋଲି ଯେଉଁ ନିଷ୍ପତ୍ତି ହୋଇଥିଲା ତାହାକୁ ପ୍ରତ୍ୟାହାର କରାଯାଇଛି । ବିଭିନ୍ନ ମହଲରୁ ପ୍ରତିକ୍ରିୟା ସୃଷ୍ଟି ହେବା ପରେ ଦିଲ୍ଲୀ ଏମସ ଏହି ନିଷ୍ପତ୍ତି ନେଇଛି ।

Leave a Reply

Your email address will not be published. Required fields are marked *