ବାଲ୍ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷଣା
1 min read
କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ବୁଧବାର ବାଲ୍ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷଣା କରାଯାଇଛି। ଚଳିତ ବର୍ଷ ରାଜକିଶୋର ପାଢୀଙ୍କୁ ମିଳିବ ବାଲ୍ ସାହିତ୍ୟ ପୁରସ୍କାର। ‘କେତେ ଫୁଲ ଫୁଟିଛି’ ପୁସ୍ତକ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବେ ରାଜକିଶୋର ପାଢୀ। ସେହିପରି ଓଡ଼ିଆ ଲେଖକ ସୁବ୍ରତ ସେନାପତି ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର। ‘କଦମ୍ବ ବନ’ ପୁସ୍ତକ ପାଇଁ ପୁରସ୍କୃତ ହେବେ ସୁବ୍ରତ ସେନାପତି। ଉଭୟଙ୍କୁ ପୁରସ୍କାର ବାବଦରେ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ।