December 11, 2025

ବନ୍ୟଜନ୍ତୁ ଆକ୍ରମଣରେ ପୂର୍ବରୁ ମିଳୁଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି

1 min read

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟଜନ୍ତୁ ଆକ୍ରମଣରେ ପୂର୍ବରୁ ମିଳୁଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମଗୁଡ଼ିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ। ବନ୍ୟଜନ୍ତୁ ଆକ୍ରମଣରେ ଧନଜୀବନ ନଷ୍ଟ ହୋଇଥାଏ। ଏ ସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଲୋକଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି।

ନିଷ୍ପତ୍ତି ଅନୁଯାୟୀ, ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି କରାଯିବା ସହିତ ଯଦି ବାସଗୃହ କ୍ଷତିଗ୍ରସ୍ତ ହୋଇଥାଏ ତେବେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ଗୃହ ନଚେତ ସମତୁଲ ଆର୍ଥିକ ସହାୟତା ପ୍ରଦାନ କରାଯିବ। ରୋଷେଇ ଘର, ଧାନ ସଂରକ୍ଷଣ ଗୃହ କିମ୍ବା ଛେଳି ଗୁହାଳ କ୍ଷତିଗ୍ରସ୍ତ ହେଲେ ୩ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ। ସେହିଭଳି ପକ୍କା ପାଚେରୀ, କମ୍ପାଉଣ୍ଡ ୱାଲ୍ କ୍ଷତିଗ୍ରସ୍ତ ହେଲେ ପ୍ରତି ମିଟର ପିଛା ୫ ହଜାର ସର୍ବାଧିକ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ।