January 20, 2026

ମହିଳା ଦିବସ ପାଇଁ ବିଏମ୍‌ସିର ବ୍ୟାପକ ପ୍ରସ୍ତୁତି

1 min read

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ମାର୍ଚ୍ଚ ୮ ତାରିଖ ଦିନ ଅନ୍ତର୍ଜାତୀୟ ମହିଳା ଦିବସରେ ‘ସମ୍ପୂର୍ଣ୍ଣା’ ପାଳିତ ହେବ। ଏହି ଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହେବ । ବୁଧବାର ବିଏମ୍‌ସି ମୁଖ୍ୟାଳୟସ୍ଥିତ ଏକାମ୍ର ହଲରେ ମେୟର ଶ୍ରୀମତୀ ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଡେପୁଟି ମେୟର ଶ୍ରୀମତୀ ମଞ୍ଜୁଲତା କହଁର, ଅତିରିକ୍ତ କମିସନର ରତ୍ନାକର ସାହୁ, ଶୁଭେନ୍ଦୁ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ, ଅଧ୍ୟକ୍ଷା ଓ କର୍ପୋରେଟର ଓ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।