Categories

February 9, 2026

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେପି

1 min read

ଭୁବନେଶ୍ୱର: ବିଜେଡି ଛାଡି ବିଜେପି ରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦେଇଛି। ଦଳର ମିଡିଆ ସେଲକୁ ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନରେ ରାଜ୍ୟ ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ତାଙ୍କୁ କାକଟପୁର, ନିମାପଡା, ପିପିଲି ଓ ସତ୍ୟବାଦୀ ବିଧାନସଭା ଆସନର ନିର୍ବାଚନ ପରିଚାଳନା ପର୍ଯ୍ୟବେକ୍ଷକ ଦାୟିତ୍ୱ ପ୍ରଦାନ କରାଯାଇଛି।

Leave a Reply

Your email address will not be published. Required fields are marked *