ବସ୍- ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ
1 min readଜୟପୁର : ବସ୍ ବାଇକ୍ ମୁହାଁମୁହିଁ ଧକ୍କା ଫଳରେ ୨ ଯୁବକଙ୍କ ମୃତ୍ୟୁ ହୋଇଛି । ଜାତୀୟ ରାଜପଥ ୨୬ର ହରିଡାପୁଟଠାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବାଇକରେ ଯାଉଥିବା ୨ ଯୁବକଙ୍କ ସହ ସାମ୍ନାପଟୁ ଏକ ବସ୍ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ୨ ଯୁବକଙ୍କ ମୃତ୍ୟୁ ହୋଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ।