February 11, 2026

ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌

1 min read

ଗଞ୍ଜାମ: ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି ଦୁଇଟି ବାଇକ୍କୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ପ୍ରାଣହାନି ଘଟିଥିବା ବେଳେ ଅନ୍ୟ ଦୁଇଜଣ ସଂଘାତିକ ଭାବେ ଗୁରୁତର ହୋଇଛନ୍ତି।
ସୂଚନା ଅନୁଯାୟୀ, ଦୃତ ଗତିରେ ଆସୁଥିବା କାରଟି ନିୟନ୍ତ୍ରଣ ହରାଇ ସମ୍ମୁଖରୁ ଆସୁଥିବା ଏକ ହିରୋ ହୋଣ୍ଡା ସ୍ପ୍ଲେଣ୍ଡର (ନଂ ଓଆର୍‌୦୭ଏଲ୨୧୪୨) ଏବଂ ଟିଭିଏସ ଆପାଚେ (ଓଡି୦୭ଏଭି୬୨୬୭) ବାଇକ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଜଣେ ବ୍ୟକ୍ତି ଘଟଣାସ୍ଥଳରେ ହିଁ ଆଖି ବୁଜିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତରଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି। ଏହି ଅଭାବନୀୟ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।