July 26, 2024

ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ଟାର୍ଗେଟ୍‌ ରେ ବିରୋଧୀ

1 min read

କୋରାପୁଟ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର ବିକାଶ ପାଇଁ ବିଜୁ ଜନତା ଦଳର ଏମ୍‌ପି ଏବଂ ଏମ୍‌ଏଲ୍‌ଏ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ।
କୋରାପୁଟରେ ଆଜି ମାରାଥନ୍ ପ୍ରଚାର କ୍ରମରେ ଜୟପୁରରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏହି ଅବସରରେ ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ ସରକାରୀ ଯୋଜନା ସଫଳତା କଥା କହିବା ସହ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ବିଏସକେୱାଇ ଯୋଜନା, ମମତା ଯୋଜନା, ଲକ୍ଷ୍ମୀ ବସ୍ ଯୋଜନା, ମିଶନ୍ ଶକ୍ତି, ପିଲାଙ୍କ ଶିକ୍ଷା ପାଇଁ ଛାତ୍ରବୃତ୍ତି ବ୍ୟବସ୍ଥା, ଚାଷୀଙ୍କ ପାଇଁ କାଳିଆ ଯୋଜନା ସଫଳ ହେବା ପରେ ବି ବିରୋଧୀ ଏହାକୁ ଗ୍ରହଣ କରୁନାହାନ୍ତି। ବିରୋଧୀ ମିଛ କଥା କହୁଥିବା କହିଥିଲେ। ଏପରିକି ବିରୋଧୀ ଦଳର ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦୁଥିବା କହି ଟାର୍ଗେଟ କରିଥିଲେ।ନିର୍ବାଚନୀ ସଭାରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସହ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକ୍କା, କୋରାପୁଟ ବିଧାୟକ ପ୍ରାର୍ଥୀ ରଘୁରାମ ପଡାଲ, ଲକ୍ଷ୍ମୀପୁର ବିଧାୟକ ପ୍ରାର୍ଥୀ ପ୍ରଭୁ ଜାନି, ପଟ୍ଟାଙ୍ଗୀ ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ ପାଙ୍ଗି, ଜୟପୁର ବିଧାୟକ ପ୍ରାର୍ଥତ୍ନୀ ଇନ୍ଦିରା ନନ୍ଦ, ଜିଲା ସଭାପତି ଝିନ ହିକ୍‌କା ପ୍ରମୁଖ ଉପସ୍ଥିତ ଥିଲେ।

ସେହିପରି ଅପରାହ୍ଣରେ ରାୟଗଡ଼ା ଟିକିରି ମୁସୁରିପଲ୍ଲାର ଛକ ଠାରେ ସାଧାରଣ ସଭାରେ ଯୋଗ ଦେବେ । ଏହାପରେ ଗଜପତିର ପାରଳାଖେମୁଣ୍ଡି ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ସମ୍ବୋଧନ କରିବେ। ପ୍ରଥମ ପର୍ଯ୍ୟାୟରେ ଏହି ୪ଟି ଜିଲ୍ଲାରେ ନିର୍ବାଚନ ଥିବାବେଳେ, ବିଜେଡି ପ୍ରାର୍ଥୀଙ୍କ ଲାଗି ଭୋଟ ଭିକ୍ଷା କରିବେ ନବୀନ ।

ସୂଚନାନୁସାରେ ୨୦୨୪ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ହିଞ୍ଜିଳିରୁ ବିଧାନସଭା ଆସନ ସହିତ କଣ୍ଟାବାଞ୍ଜି ଆସନରୁ ନିର୍ବାଚନ ଲଢ଼ୁଛନ୍ତି | ଉଭୟ ଆସନରେ ମେ ୨୦ ତାରିଖରେ ହେବ ମତଦାନ। ତେବେ ମୁଖ୍ୟମନ୍ତ୍ରୀ ହିଞ୍ଜିଳି ଆସନରୁ ଲଗାତାର ପାଞ୍ଚ ଥର ନିର୍ବାଚିତ ହୋଇ ଆସିଛନ୍ତି | ଚଳିତ ଥର ରାଜ୍ୟରେ ୪ ଟି ପର୍ଯ୍ୟାୟରେ ମତଦାନ ହେଉଛି | ପ୍ରଥମ ପର୍ଯ୍ୟାୟ ମତଦାନ ୧୩ ତାରିଖରେ ହେବାକୁ ଥିବାବେଳେ ୧୧ରେ ଶେଷ ହେଉଛି ପ୍ରଚାର । ୪ ଲୋକସଭା ଏବଂ ୨୮ ବିଧାନସଭାରେ ମତଦାନ ପୂର୍ବରୁ ତିନି ଦଳ ଜୋରଦାର ପ୍ରଚାର କରୁଛନ୍ତି ।

Leave a Reply

Your email address will not be published. Required fields are marked *