March 27, 2025

ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାରା ଆଥଲେଟ୍ ପାୟଲ ନାଗଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସ‌ରେ କହିଛନ୍ତି, ନିଜର କଠିନ ପରିଶ୍ରମ ବଳରେ ଷଷ୍ଠ ଜାତୀୟ ତୀରନ୍ଦାଜ ପ୍ରତିଯୋଗିତାରେ ସ୍ଵର୍ଣ୍ଣ ପଦକ ବିଜେତା ଓଡ଼ିଶାର ଗର୍ବ।ତାଙ୍କର ଉଜ୍ଜଳ ଭବିଷ୍ୟତ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ମୁଖ୍ୟମନ୍ତୀ ସୋସିଆଲ ମିଡିଆ ଏକ୍ସ‌ରେ ଲେଖିଛନ୍ତି।