September 13, 2026

ୟୁଏଇ ଗସ୍ତରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ‌ଓଡ଼ିଶା ଫେରିଛନ୍ତି

1 min read

ଭୁବନେଶ୍ୱର: ୟୁଏଇ ଗସ୍ତରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ‌ଓଡ଼ିଶା ଫେରିଛନ୍ତି। ୟୁଏଇରେ ତିନିଦିନ ରହଣିକାଳ ମଧ୍ୟରେ ଓଡ଼ିଶାରେ ୨.୪୩ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶକୁ ଆକର୍ଷିତ କରିଛନ୍ତି। ଏହି ପୁଞ୍ଜିନିବେଶ ଦ୍ବାରା ମୋଟ ୯ଲକ୍ଷ ନିଯୁକ୍ତି ସୃଷ୍ଟି ହେବ।
ଆଜି (ରବିବାର) ପୂର୍ବାହ୍‌ଣରେ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମାଝି ନିଜର ଟିମ୍‌ ସହ ପହଞ୍ଚିଥିଲେ। ଏହି ଅବସରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ . ମୁକେଶ ମହାଲିଙ୍ଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଜଙ୍ଗଲ ପରିବେଶ ଓ ଜଳବାୟୁ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶାସକ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ , ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ , ନିଆଳି ବିଧାୟକ ଛବି ମଲ୍ଲିକ, ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠି , ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ସମାଜସେବୀ ଜଗନ୍ନାଥ ପ୍ରଧାନ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ପାଛୋାଟି ଆଣିଥିଲେ।