October 27, 2024

ରଥଯାତ୍ରା ପାଇଁ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

1 min read

ଦିଲ୍ଲୀ: ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନକଢ଼ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ଉଭୟ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଦେଖିବା ଲାଗି ଓଡ଼ିଶା ଆସିବାକୁ ନିମନ୍ତ୍ରଣ କରିଛନ୍ତି।

ଗୁରୁବାର ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ ମଧ୍ୟ ସାକ୍ଷାତ କରିଥିଲେ। ରାଷ୍ଟ୍ରପତି ଦୌପଦୀ ମୁର୍ମୁ ରଥଯାତ୍ରା ସମୟରେ ଓଡ଼ିଶା ଆସିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟ ସାକ୍ଷାତ କରି ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଆଗାମୀ ଦିନରେ ଓଡ଼ିଶା ଗସ୍ତ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ।

ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମଥର ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି। ଏହି ୩ ଦିନିଆ ଗସ୍ତରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ବିଜେପିର କିଛି ବରିଷ୍ଠ ନେତାଙ୍କ ସହ ତାଙ୍କର ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।ଏହି ଅବସରରେ ଓଡ଼ିଶାରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ କରିବା ଦିଗରେ କେନ୍ଦ୍ର ସରକାରଙ୍କ ସହ ମୁଖ୍ୟମନ୍ତ୍ରୀ ବିଚାରବିମର୍ଶ କରିବାର ସମ୍ଭାବନା ରହିଛି। ନିର୍ବାଚନ ସମୟରେ ବିଜେପି ରାଜ୍ୟବାସୀଙ୍କୁ ଦେଇଥିବା ପ୍ରତିଶ୍ରୁତିଗୁଡ଼ିକୁ ପୂରଣ କରିବା ଦିଗରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରୀୟ ନେତୃତ୍ୱ ସହ ଆଲୋଚନା କରିବେ ବୋଲି ଚର୍ଚ୍ଚା ହେଉଛି।

Leave a Reply

Your email address will not be published. Required fields are marked *