ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
1 min read
ଭୁବନେଶ୍ବର: ଦୁଇ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ ନୂଆଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଆଜି ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି, ନଡ୍ଡାଙ୍କୁ ସାକ୍ଷାତ କରିବେ ବୋଲି ଜଣାଯାଇଛି। ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି। ଓଡ଼ିଶାରେ ବିଜେପିର ସରକାର ହେବା ପରେ ସଂକଳ୍ପପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ ଦିଗରେ କେନ୍ଦ୍ର ସରକାରଙ୍କ ସହ ମୁଖ୍ୟମନ୍ତ୍ରୀ ବିଚାରବିମର୍ଶ କରାଯିବାର ବି ସୂଚନା ରହିଛି।