Categories

February 8, 2026

ବୁଧବାରଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

1 min read

ଭୁବନେଶ୍ଵର: ବୁଧବାରଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ। ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟକୁ କିପରି ଅଧିକ ନିବେଶ ଆସିବ, ସେ ନେଇ ନିବେଶକଙ୍କ ସହ ଆଲୋଚନା କରିବେ। ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଝାଡଖଣ୍ଡ ଗସ୍ତରେ ଅଛନ୍ତି । ଆଜି ତାଙ୍କର ଝାଡଖଣ୍ଡ ଗସ୍ତର ଦ୍ବିତୀୟ ଦିନ । ଆଜି ଚାଇଁବାସାର କୋଲହାନ୍ ଯାଇ ସେଠାରେ ଆୟୋଜିତ ବିଜେପିର ପରିବର୍ତ୍ତନ ଯାତ୍ରାରେ ଯୋଗ​‌ଦେବେ ମୁଖ୍ୟମନ୍ତ୍ରୀ । ଏବଂ ଝାଡଖଣ୍ଡରେ ଥିବା ଓଡିଆଙ୍କୁ ସମ୍ବୋଧିତ କରିବେ।