January 28, 2026

ଅଜିତ ପାୱାରଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ବର: ମହାରାଷ୍ଟ୍ରରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ କରି ଶ୍ରୀ ମାଝୀ ଲେଖିଛନ୍ତି, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ଅକାଳ ବିୟୋଗ ଖବର ଅତ୍ୟନ୍ତ ଦୁଃଖଦ ଏବଂ ହୃଦୟ ବିଦାରକ। ଶ୍ରୀ ପାୱାର ଜଣେ ପ୍ରତିଷ୍ଠିତ ରାଜନେତା ଏବଂ ଜଣେ ଉତ୍ସର୍ଗୀକୃତ ସରକାରୀ ସେବକ ଥିଲେ। ଏହି ଗଭୀର ଦୁଃଖର ମୁହୂର୍ତ୍ତରେ, ମୁଁ ଶୋକସନ୍ତପ୍ତ ପରିବାର, ସହକର୍ମୀ ଏବଂ ମହାରାଷ୍ଟ୍ରର ଜନସାଧାରଣଙ୍କ ପ୍ରତି ମୋର ସମବେଦନା ପ୍ରକାଶ କରୁଛି। ମୁଁ ମହାପ୍ରଭୂ ଶ୍ରୀ ଜଗନ୍ନାଥ ଜୀଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ସ୍ୱର୍ଗତଃ ଆତ୍ମାକୁ ତାଙ୍କ ପାଦରେ ସ୍ଥାନ ଦିଅନ୍ତୁ ଏବଂ ଶୋକସନ୍ତପ୍ତ ପରିବାରକୁ ଏହି କ୍ଷତି ସହିବା ପାଇଁ ଶକ୍ତି ଦିଅନ୍ତୁ।