୧୦ ମାସର ବକେୟା ପାରିଶ୍ରମିକ ପାଇବେ କମ୍ୟୁନିଟି ସପୋର୍ଟ ଷ୍ଟାଫ
1 min read
ଭୁବନେଶ୍ଵର: ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଓଡିଶା ଜୀବିକା ମିଶନ ୨୦୧୨ ମସିହା ଅପ୍ରେଲ ୧ ତାରିଖରୁ କାର୍ଯ୍ୟକାରୀ ହେଉଅଛି । ଏହି ଯୋଜନାର ଆଭିମୁଖ୍ୟ ଅନୁଯାୟୀ ଗ୍ରାମୀଣ ପରିବାରମାନଙ୍କର ଜୀବନ ଜୀବିକାରେ ଉନ୍ନତି ନିମନ୍ତେ ସ୍ଵୟଂ ସହାୟକ ଗୋଷ୍ଠୀ ଗଠନ କରି ପରିବାରର ମହିଳାମାନଙ୍କୁ ସାମିଲ କରାଯାଉଛି । ପୁନର୍ବାର ଏହି ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କୁ ବିଭିନ୍ନ ସାମାଜିକ ତଥା ଅର୍ଥନୈତିକ ସହାୟତା ପ୍ରଦାନ କରିବା ପାଇଁ ସେମାନଙ୍କୁ ଗ୍ରାମ ଓ ପଞ୍ଚାୟତସ୍ତରରେ ସଂଗଠିତ କରାଯାଉଅଛି। ଏହି ସ୍ଵୟଂ ସହାୟକ ଗୋଷ୍ଠୀ (ଏସଏଚଜି), ଆଞ୍ଚଳିକ ମଞ୍ଚ (ସିଏଲଏଫ) ଏବଂ ଗ୍ରାମ ପଞ୍ଚାୟତ ସଂଘ (ଜିପିଏଲଏଫ)ଗୁଡିକୁ ସୁଦୃଢ ଓ ସଶକ୍ତ କରିବା ପାଇଁ କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କୁ ଗ୍ରାମ ପଞ୍ଚାୟତ ସ୍ତରୀୟ ସଂଘ ଦ୍ଵାରା ନିଯୁକ୍ତି ଦିଆଯାଇଥିଲା।
କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କ ମଧ୍ୟରେ କମ୍ୟୁନିଟି ରିସୋର୍ସ ପର୍ସନ ଫର କମ୍ୟୁନିଟି ମୋବିଲାଇଜେସନ(ସିଆରପି-ସିଏମ, ମାଷ୍ଟର ବୁକ କିପର(ଏମବିକେ), ବ୍ୟାଙ୍କ ମିତ୍ର ଓ ପ୍ରାଣୀ ମିତ୍ର ଅନ୍ତର୍ଭୁକ୍ତ ଅଟନ୍ତି। ରାଜ୍ୟରେ ମୋଟ ୬୨,୩୪୧ ଜଣ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ନିଯୁକ୍ତ କରାଯାଇଥିଲା।