Categories

February 9, 2026

କୋଭିଡ ପଜିଟିଭ ସଂଖ୍ୟା ୧୫କୁ ବୃଦ୍ଧି

1 min read

ଭୁବନେଶ୍ବର: ରାଜ୍ୟରେ କୋଭିଡ ପଜିଟିଭ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ପୂର୍ବରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତକାଲି ଆଉ ୨-୩ଟି କେସ ଆସିଛି। ସଂଖ୍ୟା ଢେର ଅଧିକ ବଢିନି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ପ୍ରଦାନ କରିଛନ୍ତି।

ବ୍ୟସ୍ତ ହେବାର କୌଣସି କାରଣ ନାହିଁ। ଏବେ ଲକ୍ଷଣ ଦେଖାଦେଲେ, କେବଳ ଗୁରୁତର ଆକ୍ରାନ୍ତଙ୍କ କୋଭିଡ ପରୀକ୍ଷା କରାଯାଉଛି। ଯେତିକି ପରୀକ୍ଷା ହେଉଛି, ସେଥିରୁ ବହୁତ୍ କମ ପଜିଟିଭ ଆସୁଛି। ଲୋକମାନଙ୍କୁ ପରାମର୍ଶ, ସତର୍କତା ଅବଲମ୍ବନ କରନ୍ତୁ। ଗହଳି ଜାଗାକୁ ଯାଆନ୍ତୁ ନାହିଁ। ମାସ୍କ ପିନ୍ଧନ୍ତୁ, ଦରକାର ପଡ଼ିଲେ ଗ୍ଲୋଭସ୍ ବ୍ୟବହାର କରନ୍ତୁ, ହାତ ଧୁଅନ୍ତୁ ବୋଲି ସେ କହିଛନ୍ତି।

ସେହିପରି ଆଗକୁ ହେବାକୁ ଥିବା ପୁରୀ ରଥଯାତ୍ରା ନେଇ ଖୁବଶୀଘ୍ର ପୁରୀରେ ସମୀକ୍ଷା ବୈଠକ ବସିବ। ଏଥିରେ ସ୍ଵାସ୍ଥ୍ୟ ବିଭାଗ ନିଜର ମତ ରଖିବ। ରାଜ୍ୟ ପ୍ରଶାସନ ଯାହା ନିଷ୍ପତ୍ତି ନେବେ ତାକୁ ମାନିବାକୁ ପଡ଼ିବ ବୋଲି ଡାକ୍ତର ନୀଳକଣ୍ଠ ମିଶ୍ର କହିଛନ୍ତି।