April 11, 2026

ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ

1 min read

ଚାନ୍ଦବାଲି,୧୧ା୪: ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତଳେ ପଡ଼ିଯାଇଥିଲେ। କର୍ମଚାରୀମାନେ ତାଙ୍କୁ ନେଇ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।
ମୃତ ଅଧିକାରୀଙ୍କ ଘର କେନ୍ଦ୍ରାପଡ଼ା ଜିଲା ରାଜକନିକା ବରୁଣାଡିହାରେ। DFOଙ୍କ ମୃତ୍ୟୁ ଖବର ଶୁଣି ବନ ବିଭାଗ ସମସ୍ତ ଅଧିକାରୀ ଓ କର୍ମଚାରୀ ତାଙ୍କ ନିକଟରେ ପହଞ୍ଚିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା। ଚାକିରି କାଳ ଆଉ ବର୍ଷେ ଥିବା ସୂଚନା ମିଳିଛି।