May 16, 2025

ମହାପ୍ରଭୁଙ୍କୁ ଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

1 min read

ପୁରୀ: ପୁରୀରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା। ଶନିବାର ସକାଳୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଙ୍ଗରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ପରବେଶ ବର୍ମା ମଧ୍ୟ ଉପସ୍ଥିତ ଥିଲେ।

ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। କଡ଼ା ସୁରକ୍ଷାରେ ପୁରୀ ଆସିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ସହ ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ ପାତ୍ର ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

ଦିଲ୍ଲୀ ତଥା ଦେଶବାସୀଙ୍କ ମଙ୍ଗଳ ପାଇଁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଥିବା କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ।