December 29, 2025

ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ଅନୁକମ୍ପା ରାଶି ଘୋଷଣା

1 min read

ଭୁବନେଶ୍ୱର : ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ଅନୁକମ୍ପା ରାଶି ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହ ସ୍ୱଗର୍ତ ଆତ୍ମାର ସଦଗତି ପାଇଁ ମୁଖ୍ୟମନ୍ତ୍ରୀ ପ୍ରାର୍ଥନା କରିଛନ୍ତି। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ପୀଡିତାଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ଘଟଣାରେ ଦୋଷୀକୁ କୋଠର ରୁ ଅତିକୋଠର ଦଣ୍ତବିଧାନ କରାଯିବ । ଏହି ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବାବେଳେ ଅନ୍ୟ ୪ ଜଣଙ୍କୁ ସନ୍ଦେହରେ ଅଟକ ରଖାଯାଇଛି। ଘଟଣାସ୍ଥଳରେ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ୍ ଟିମ୍‌ ପହଞ୍ଚି ଛାନଭିନ୍ ଜାରି ରଖିଛନ୍ତି।