February 14, 2026

ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ ମଙ୍ଗଳବାର ପରାଲୋକ

1 min read

ଭଞ୍ଜନଗର: ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ ନିର୍ବାଚିତ ହୋଇଥିଲେ। ସାରଦା ଆଜକୁ କିଛି ମାସ ହେବ ଅସୁସ୍ଥ ହୋଇ ଆନ୍ଧ୍ରପ୍ରଦେଶର ପାଲସାରେ ତାଙ୍କ ବାପ ଘରେ ରହୁଥିଲେ। ଅପରାହ୍ନରେ ତାଙ୍କ ଦେହାନ୍ତ ହୋଇଛି। ଏହି ଖବର ଭଞ୍ଜନଗରରେ ପହଞ୍ଚିବା ପରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଠୁ ପ୍ରସାଦ ପ୍ରଧାନ ପ୍ରମୁଖ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।