ବିଜେଟ୍-୨୦୨୬ ଉପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି
1 min read
ଭୁବନେଶ୍ବର: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ବାରା ଦ୍ୱାରା ଆଜି ସଂସଦରେ ଉପସ୍ଥାପିତ ବିଜେଟ୍-୨୦୨୬ ଉପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍ କରି ବିଜୁ ଜନତା ଦଳ (ବିଜେଡି) ସଭାପତି ଶ୍ରୀ ପଟ୍ଟନାୟକ କହିଛନ୍ତି। ଏହି ବଜେଟ୍ ନେଇ ମୁଁ ମୋର ନିରାଶା ପ୍ରକାଶ କରୁଛି। ବଜେଟରେ ଓଡ଼ିଶା ଏବଂ ରାଜ୍ୟର ଜନସାଧାରଣଙ୍କୁ କୌଣସି ଉଲ୍ଲେଖନୀୟ ଲାଭ ମିଳିନାହିଁ। ଓଡ଼ିଶାବାସୀଙ୍କ ଆଶା ଥିଲା ଯେ ଡବଲ ଇଞ୍ଜିନ୍ ସରକାର ଭିତ୍ତିଭୂମି, ନିଯୁକ୍ତି ସୃଷ୍ଟି ଏବଂ ରାଜ୍ୟ ପାଇଁ ଅତିରିକ୍ତ ଆବଣ୍ଟନ ଉପରେ ଧ୍ୟାନ ଦେଇ ଅଭିବୃଦ୍ଧି ଗତି ପ୍ରଦାନ କରିବ। କିନ୍ତୁ ଏଥିରୁ ରାଜ୍ୟବାସୀଙ୍କୁ ବହୁତ କମ୍ ମିଳିଛି।


