January 15, 2026

ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଗଜପତି ଜିଲ୍ଲା

1 min read

ପାରଳାଖେମୁଣ୍ଡି: ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତଜିଲ୍ଲାପ୍ରଶାସନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ମଧୁମିତା। ଆନ୍ଧ୍ର ପ୍ରଦେଶର ମଛିଲିପାଟଣା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଯାହାର ପ୍ରଭାବ ପଡିବା ନେଇ ଗଜପତି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ୨୭ ତାରିଖ ଓରେଞ୍ଜ ଓ୍ବାରନିଙ୍ଗ ଓ ୨୮ ତାରିଖ ରେଡ୍ ଓ୍ବାରନିଙ୍ଗ ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପବନର ବହିବାର ସମ୍ଭାବନା ଥିବାରୁ ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡି କେନ୍ଦ୍ରକୁ ବନ୍ଦ ରଖିବା ପାଇଁ ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ନେଇ ଗଜପତିରେ କାଲି ଠାରୁ ୪ଦିନ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ନିଷ୍ପତ୍ତି ହୋଇଛି।