January 27, 2026

ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିଛି ସାଧାରଣ ଦର୍ଶନ

1 min read

ପୁରୀ: ଆସନ୍ତାକାଲି, ବୁଧବାର ମାଘ ଶୁକ୍ଳ ଅଷ୍ଟମୀ ତିଥି। ଏହି ଅବସରେ ପୁରୀ ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତିକାନ୍ତି ହେବାକୁ ଥିବାରୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବୁଧବାର ଦ୍ଵିତୀୟ ଭୋଗମଣ୍ଡପରେ ଭୋଗ ନୀତି ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ବଡ଼ଠାକୁରଙ୍କ ଶ୍ରୀମୁଖ ଶିଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ନାହିଁ ଭକ୍ତ।

ବନକଲାଗି ନୀତି ପାଇଁ ପହୁଡ଼ ଆଳତି ପରେ ଜୟ-ବିଜୟ ଦ୍ଵାର ବନ୍ଦ କରାଯାଇଥାଏ। ଏହାପରେ ଦତ୍ତମହାପାତ୍ର ସେବକମାନେ ବନକ ପେଡ଼ି ସହ ରତ୍ନ ସିଂହାସନକୁ ଉଠି ବନକଲାଗି କରିଥାନ୍ତି। ବନକଲାଗି ପାଇଁ ୩ ଖଣ୍ଡ ଶ୍ରୀକପଡ଼ା ଏବଂ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ରଙ୍ଗ ବ୍ୟବହାର କରାଯାଇଥାଏ।

ବନକଲାଗି ନୀତି ସରିବା ପରେ ପୂଜାପଣ୍ଡା ସେବକମାନେ ତଳେ ବସି ବଡ଼ଠାକୁରଙ୍କୁ ପଞ୍ଚାମୃତରେ ମହାସ୍ନାନ କରାଇଥାନ୍ତି। ଏହାପରେ ଦର୍ଶନ ଦେଇଥାନ୍ତି ମହାପ୍ରଭୁ