January 24, 2026

ମାଲକାନଗିରି ତତ୍କାଳୀନ ଜିଲାପାଳ ମନୀଷ ଅଗ୍ରୱାଲଙ୍କୁ ମିଳିଲା ବଡ଼ ଆଶ୍ବସ୍ତି

1 min read

କଟକ: ମାଲକାନଗିରିର ତତ୍କାଳୀନ ଜିଲାପାଳ ମନୀଷ ଅଗ୍ରୱାଲଙ୍କୁ ଶୁକ୍ରବାର ଏକ ବଡ଼ ଆଶ୍ବସ୍ତି ମିଳିଛି। ନିମ୍ନ ଅଦାଲତଙ୍କ ଏନ୍‌ବିଡବ୍ଲ୍ୟୁ ଜାରି ଉପରେ ହାଇକୋର୍ଟ ରୋକ ଲଗାଇ ଦେଇଛନ୍ତି।

ମାଲକାନଗିରିର ତତ୍କାଳୀନ ଜିଲାପାଳ ମନୀଷ ଅଗ୍ରୱାଲଙ୍କ ବ୍ୟକ୍ତିଗତ ସହାୟକ ଦେବନାରାୟଣ ପଣ୍ଡା ମୃତ୍ୟୁ ମାମଲାରେ ମାଲକାନଗିରି ଏସ୍‌ଡିଜେଏମ୍‌ କୋର୍ଟ ଏକ ଏନ୍‌ବିଡବ୍ଲ୍ୟୁ ଜାରି କରିଥିଲେ। କୋର୍ଟଙ୍କ ୨ ଥର ସମନ ସତ୍ତ୍ବେ ଅଗ୍ରୱାଲ କୋର୍ଟରେ ହାଜର ହୋଇ ନ ଥିଲେ। ଫଳରେ କୋର୍ଟ ଅଗ୍ରୱାଲଙ୍କ ନାମରେ ଏହି ଏନ୍‌ବିଡବ୍ଲ୍ୟୁ ଜାରି କରିଥିଲେ। ପରବର୍ତ୍ତୀ ସମୟରେ ଅଗ୍ରୱାଲ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ମାମଲାର ଶୁଣାଣି କରି ମାଲକାନଗିରି ଏସ୍‌ଡିଜେଏମ୍‌ କୋର୍ଟଙ୍କ ଜାରି ଏନ୍‌ବିଡବ୍ଲ୍ୟୁ ଉପରେ ରୋକ ଲଗାଇଦେଇଛନ୍ତି। ଫଳରେ ଅଗ୍ରୱାଲଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି।

ସୂଚନାଯୋଗ୍ୟ, ମାଲକାନଗିରିର ତତ୍କାଳୀନ ଜିଲାପାଳ ମନୀଷଙ୍କ ବ୍ୟକ୍ତିଗତ ସହାୟକ ଦେବନାରାୟଣ ପଣ୍ଡାଙ୍କ ମୃତ୍ୟୁର ପ୍ରାୟ ବର୍ଷକ ପରେ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ପୋଲିସ ଆଇପିସିର ଧାରା ୩୦୨, ୫୦୬, ୨୦୧, ୨୦୪, ୧୨୦(ବି), ୩୪ରେ ଏକ ମାମଲା ରୁଜୁ କରିଥିଲା।