May 18, 2026

ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ରୁ ସବୁଜ ଷ୍ଟିକର୍‌

1 min read

ଭୁବନେଶ୍ବର: ଯେଉଁମାନେ ବୈଧ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ପାଇସାରିଛନ୍ତି, ସେମାନଙ୍କ ଲାଗି ବଡ଼ ସୂଚନା। ସେମାନେ ଚଳିତ ମାସ ୧୦ ତାରିଖରୁ ନିକଟସ୍ଥ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ରୁ ସବୁଜ ଷ୍ଟିକର୍‌ ପାଇପାରିବେ। ଆଜି ଏନେଇ ଓଡ଼ିଶା ରାଜ୍ୟ ପରିବହନ ବିଭାଗ ପକ୍ଷରୁ ବିଧିବଦ୍ଧ ଘୋଷଣା କରାଯାଇଛି। ଓଡ଼ିଶା ପରିବହନ ବିଭାଗ ଘୋଷଣା କରିଛି ଯେ, ବୈଧ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (PUCC)ଥିବା ଯାନବାହାନଗୁଡ଼ିକ ପାଇଁ ୧୦ ଜାନୁଆରି ୨୦୨୬ ଠାରୁ ସବୁଜ ରଙ୍ଗର PUCC ବୈଧତା ଷ୍ଟିକର୍‌ ଉପଲବ୍ଧ ହେବ।
ବିଭାଗ ଜାରି କରିଥିବା ବିଜ୍ଞପ୍ତି ଅନୁଯାୟୀ, ଯେଉଁ ଯାନବାହାନ ମାଲିକମାନେ ପୂର୍ବରୁ ବୈଧ PUCC ପ୍ରାପ୍ତ କରିସାରିଛନ୍ତି, ସେମାନେ ନିଜ ନିକଟସ୍ଥ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ରୁ ଏହି ସବୁଜ ଷ୍ଟିକର୍‌ ପାଇପାରିବେ। ଏହି ପ୍ରକ୍ରିୟାକୁ ସୁଗମ କରିବା ପାଇଁ ସମସ୍ତ RTOରେ ବିଶେଷ