March 12, 2026

ଅନ୍ତର୍ଜାତୀୟ ଶ୍ରମିକ ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

1 min read

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ଶ୍ରମିକ ବର୍ଗଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ ରାଷ୍ଟ୍ର ନିର୍ମାଣରେ ଶ୍ରମିକମାନଙ୍କ ଅମୂଲ୍ୟ ଅବଦାନକୁ ସ୍ୱୀକାର କରିଛନ୍ତି ଏବଂ ସେମାନଙ୍କର ସାମାଜିକ ସୁରକ୍ଷା ସୁନିଶ୍ଚିତ କରିବା ନେଇ ଗୁରୁତ୍ୱାରୋପ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଷ୍ଟ୍ର ଗଠନରେ ଅମୂଲ୍ୟ ଅବଦାନ ଦେଉଥିବା ମୋର ଶ୍ରମିକ ଭାଇଭଉଣୀମାନଙ୍କୁ ମୁଁ ଅନ୍ତର୍ଜାତୀୟ ଶ୍ରମିକ ଦିବସରେ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ଆସନ୍ତୁ ଆମେ ଏକ ବିକଶିତ ରାଷ୍ଟ୍ର ଗଠନରେ ସେମାନଙ୍କର ତ୍ୟାଗ ଏବଂ ଅବଦାନକୁ ସମ୍ମାନ କରିବା ଏବଂ ସେମାନଙ୍କର ସାମାଜିକ ସୁରକ୍ଷା ସୁନିଶ୍ଚିତ କରିବାକୁ ପ୍ରତିଜ୍ଞା କରିବା।