୧୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା
1 min read
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ଓଡ଼ିଶାରେ ଆସନ୍ତା ୭ ରୁ ୧୩ ସେପ୍ଟେମ୍ବର ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଓ ବିଜୁଳି ହେବାର ସମ୍ଭାବନା ରହିଛି। ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି, ବିଜୁଳି ଓ ୩୦-୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହା ସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ଘଡ଼ଘଡ଼ି ଓ ବିଜୁଳି ସହ ୩୦-୪୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି।
ସୋମବାରରୁ ମଙ୍ଗଳବାର ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମରେ ଘଡ଼ଘଡ଼ି, ବିଜୁଳି ଓ ପବନ ହେବ।
ମଙ୍ଗଳବାରରୁ ବୁଧବାର ମଧ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ଓ ବିଜୁଳି ସହ ପବନ ହେବ।