ଆସନ୍ତାକାଲି ପ୍ରବଳ ବର୍ଷା ସତର୍କ ସୂଚନା ଜାରି
1 min read
ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ଆସନ୍ତାକାଲି ପାଇଁ ଏନେଇ ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ,ବାଲେଶ୍ବର ଏବଂ କେନ୍ଦୁଝର।