October 25, 2025

ଅକ୍ଟୋବର ୨୮ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା

1 min read

ଭୁବନେଶ୍ୱର: ଓଡ଼ିଶାରେ ଅକ୍ଟୋବର ୨୮ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅକ୍ଟୋବର ୨୩ରୁ ୨୫ ତାରିଖ ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ।

ସେହିପରି ଅକ୍ଟୋବର ୨୫ରୁ ୨୭ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ୨୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ସୋନପୁର ଓ ବୌଦ୍ଧ।

ତେବେ ଅକ୍ଟୋବର ୨୭ରୁ ୨୮ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।