October 14, 2025

ଅକ୍ଟୋବର ୧୩ ଯାଏଁ ଓଡ଼ିଶାରେ ବଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା

1 min read

ଭୁବନେଶ୍ବର: ବର୍ଷାରେ ଭିଜୁଛି ଓଡ଼ିଶା। ଅକ୍ଟୋବର ୧୩ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୨୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି।

ସେହିପରି ଅକ୍ଟୋବର ୧୦ରୁ ୧୨ ତାରିଖ ସାରା ରାଜ୍ୟକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ତେବେ ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ଅକ୍ଟୋବର ୧୩ ତାରିଖରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ରାଜ୍ୟର ୨୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି।

କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।