NTA ପରୀକ୍ଷା ସଂସ୍କାର ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି
1 min readନୂଆଦିଲ୍ଲୀ: ଶିକ୍ଷା ମନ୍ତ୍ରଣାଳୟ ପରୀକ୍ଷାକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ଏକ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ କରିଛି। ଏହି କମିଟି ପରୀକ୍ଷା ପ୍ରକ୍ରିୟାରେ ଉନ୍ନତି ଆଣିବା, ଡାଟା ସୁରକ୍ଷା ପ୍ରୋଟୋକଲ୍ ଏବଂ ଏନଟିଏ ଢାଞ୍ଚାରେ ଉନ୍ନତି ଆଣିବା ଉପରେ କାର୍ଯ୍ୟ କରିବ। ଏହି କମିଟି ୨ ମାସ ମଧ୍ୟରେ ଶିକ୍ଷା ମନ୍ତ୍ରଣାଳୟକୁ ରିପୋର୍ଟ ପ୍ରଦାନ କରିବ। ଏନ୍ଟିଏ ପରୀକ୍ଷା ସଂସ୍କାର ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି।
ପରୀକ୍ଷାଗୁଡ଼ିକର ସ୍ବଚ୍ଛ, ସରଳ ଏବଂ ନିରପେକ୍ଷ ଆଚରଣକୁ ସୁନିଶ୍ଚିତ କରିବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଉକ୍ତ କମିଟି ଗଠନ କରିଛି। କାରଣ ନିଟ୍, ୟୁଜି, ୟୁଜିସି ଏବଂ ନେଟ୍ ସମେତ ଅନେକ ପରୀକ୍ଷାର ପେପର ଲିକ୍ ବିବାଦ ହେବାରୁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।
୭ ଜଣ ବିଶେଷଜ୍ଞଙ୍କୁ ନେଇ ଏହି କମିଟି ଗଠନ କରାଯାଇଛି। ପୂର୍ବତନ ଇସ୍ରୋ ଅଧ୍ୟକ୍ଷ କେ.ରାଧାକ୍ରିଷ୍ଣନଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରାଯାଇଥିବା ଶିକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ପ୍ରକାଶ। ଏହି କମିଟିରେ ପୂର୍ବତନ ଏମ୍ସ ନିର୍ଦ୍ଦେଶକ ରଣଦୀପ ଗୁଲେରିଆ, ପ୍ରଫେସର ବି.ଜେ ରାଓ, ରାମମୂର୍ତ୍ତି. କେ, ପଙ୍କଜ ବଂଶଲ ମଧ୍ୟ ରହିଛନ୍ତି।
ଏହି କମିଟିରେ ହାଇଦ୍ରାବାଦ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବିଜେ ରାଓ, ଆଇଆଇଟି ମାଡ୍ରାସର ସିଭିଲ ଇଞ୍ଜିନିୟରିଂ ବିଭାଗର ପ୍ରଫେସର ଇମେରିଟାସ୍, ପିପୁଲ ଷ୍ଟ୍ରଙ୍ଗର ସହ ପ୍ରତିଷ୍ଠାତା ତଥା କର୍ମଯୋଗୀ ଭାରତର ବୋର୍ଡ ସଦସ୍ୟ କେ ଇମେରିଟାସ୍, ଆଇଆଇଟି ଦିଲ୍ଲୀର ଛାତ୍ର ବ୍ୟାପାର ଡିନ୍ ପଙ୍କଜ ବଂଶଲ, ଶିକ୍ଷା ମନ୍ତ୍ରଣାଳୟର ଯୁଗ୍ମ ସଚିବ ପ୍ରଫେସର ଆଦିତ୍ୟ ମିତ୍ତଲ, ଗୋବିନ୍ଦ ଜୟସ୍ୱାଲ ରହିଛନ୍ତି।