August 4, 2026

ଠେଙ୍ଗାରେ ପିଟି ପିଟି ସ୍ତ୍ରୀକୁ ହତ୍ୟା କଲା ସ୍ଵାମୀ

1 min read

ରାୟଗଡା : ସ୍ତ୍ରୀକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ସ୍ଵାମୀ। ରାୟଗଡା ଜିଲ୍ଲା ଶେଷଖାଲ ଥାନା ଗେଣ୍ଡାଓ୍ବାଲସ ଗାଁରେ ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ସ୍ଵାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ଵାମୀ ସ୍ତ୍ରୀକୁ ଏକ ଠେଙ୍ଗା ଠେଙ୍ଗାରେ ପିଟି ପିଟି ହତ୍ୟା କରିଥିଲେ। ପାରିବାରିକ କଳହକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ଵାମୀକୁ ଗିରଫ କରିବା ସହ ଅଧିକ ତଦନ୍ତ ଜାରି ରଖିଛି।