May 1, 2025

ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ

1 min read

ଭୁବନେଶ୍ବର: ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଜାରି ରହିଛି। ଏପ୍ରିଲ ୨୧ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବ ଜାରି ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ୨୪ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି। ଏହି ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବା ନେଇ ପୂର୍ବାନୁମାନ କରାଯାଇଛି।

ସେହିପରି ଏପ୍ରିଲ ୧୭ରୁ ୧୮ ତାରିଖ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ଏପ୍ରିଲ ୧୮ରୁ ୧୯ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଏପ୍ରିଲ ୧୯ରୁ ୨୦ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ସେହିପରି ଏପ୍ରିଲ ୨୦ରୁ ୨୧ ତାରିଖ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, କଟକ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିବା ନେଇ ପୂର୍ବାନୁମାନ